ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ୩ ଅଟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 7, 2020

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ୩ ଅଟକ

ଜଳେଶ୍ୱର(ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ବିଚିତ୍ରପୁର ଗାଁ ପଡ଼ିଆରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ଜଣଙ୍କ ହେଲେ ମଣି ଗାରୁ। ମହିଳାଙ୍କୁ ଶାଶୁ ଘର ଲୋକେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ଭୋଗରାଇ ପୁଲିସ୍ ତାଙ୍କ ଶାଶୁ, ଶ୍ୱଶୁର ଓ ଦେଢଶୁରକୁ ଅଟକ ରଖି ପଚରା ଉଚରା ଚଳାଇଛି।

ସୂଚନାଯୋଗ୍ୟ, ବିଚିତ୍ରପୁର ବାତ୍ୟା ଆଶ୍ରୟସ୍ଥଳୀ ନିକଟରେ ଥିବା ଏକ ପଡ଼ିଆରେ ଆଜି ସକାଳେ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି। ମୃତ ମହିଳାଙ୍କ ସ୍ଵାମୀ ରାଜ୍ୟ ବାହାରେ କାମ କରୁଥିବା ଜଣାପଡ଼ିଛି।

The post ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ୩ ଅଟକ appeared first on Odisha Reporter.



from Odisha Reporter https://ift.tt/3h7EZz4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages