ରାଜ୍ୟରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 6, 2020

ରାଜ୍ୟରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ  ମଧ୍ୟରୁ ୨,୨୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୮୩ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ପୁଣି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରୁ ୭୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୬, ଯାଜପୁରରୁ ୨୮୫ ଓ ପୁରୀରୁ ୨୦୦ ଜଣ ଚିହ୍ନଟ ହୋଇଛନ୍ତି।

ରାୟଗଡ଼ାରୁ ୧୫୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧୧୭, ମୟୂରଭଞ୍ଜରୁ ୧୧୨ ଓ ବରଗଡ଼ରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ରେ ପହଞ୍ଚିଥିବା ବେଳେ ୯୬,୩୬୪ ଜଣ ସୁସ୍ଥ ହୋଇସାରିଛନ୍ତି। ୩୦,୯୧୯ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୫୫୬ରେ ପହଞ୍ଚିଯାଇଛି।

The post ରାଜ୍ୟରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ appeared first on Odisha Reporter.



from Odisha Reporter https://ift.tt/322WPyU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages