ରାଜ୍ୟରେ ରେକର୍ଡ: ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 13, 2020

ରାଜ୍ୟରେ ରେକର୍ଡ: ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି। ତେବେ ପ୍ରଥମ ଥର ପାଇଁ ରାଜ୍ୟରେ ଗୋଟିଏ ଦିନରେ ଚାରି ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୨୨ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ  ୧,୧୮,୬୪୨ ସୁସ୍ଥ ହୋଇସାରିଛନ୍ତି। ୩୫,୬୭୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୬୩୭ ଜଣଙ୍କର ଏଥିରେ ମୃତ୍ୟୁ ହୋଇସାରିଲାଣି।

The post ରାଜ୍ୟରେ ରେକର୍ଡ: ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3itGDMV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages