ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଏହି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମର ଧରଣର ବର୍ଷା ହେବା ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସାମାନ୍ୟ ବର୍ଷା ହୋଇପାରେ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତର ମଧ୍ୟ ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
ଆସନ୍ତା ୪ରୁ ୫ ଦିନ ଧରି ଏଭଳି ସ୍ଥିତି ଲାଗି ରହିବ । ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବଢିବ। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏହି ସମୟରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ରାଜଧାନୀ ଭୁବନେଶ୍ୱର ଓ କଟକରେ ସାମାନ୍ୟ ବର୍ଷା ଲାଗି ରହିବ । ରାଜ୍ୟର ତାପମାତ୍ରା ପୂର୍ବ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିର ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
The post ପୁଣି ୫ ଦିନ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/33voCHD
No comments:
Post a Comment