ମନ୍ତ୍ରୀ ପଦ୍ମିନୀ ଦିଆନ କୋଭିଡ୍ ହସ୍‌ପିଟାଲ୍‌ରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 12, 2020

ମନ୍ତ୍ରୀ ପଦ୍ମିନୀ ଦିଆନ କୋଭିଡ୍ ହସ୍‌ପିଟାଲ୍‌ରେ ଭର୍ତ୍ତି

ଜୟପୁର (ଓଡ଼ିଶା ରିପୋର୍ଟର): କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ମନ୍ତ୍ରୀ ପଦ୍ମିନୀ ଦିଆନ। କରୋନାରେ ଆକ୍ରାନ୍ତ ହେବା ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ଶ୍ରୀମତି ଦିଆନଙ୍କୁ ଜୟପୁର କୋଭିଡ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାମୀ ସଦାଶିବ ଦିଆନଙ୍କୁ ମଧ୍ୟ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେପ୍ଟେମ୍ବର ୩ ତାରିଖରେ ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।

ପଦ୍ମିନୀ ଦିଆନଙ୍କୁ ମିଶାଇ ଏବେସୁଦ୍ଧା ରାଜ୍ୟର ୫ଜଣ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅନ୍ୟମାନେ ହେଲେ ଟୁକୁନି ସାହୁ, ସୁଶାନ୍ତ ସିଂ, ଅରୁଣ ସାହୁ ଓ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ସେମାନଙ୍କ ମଧ୍ୟରୁ କେବଳ ଶ୍ରୀ ସିଂ ଏବେ କରୋନାମୁକ୍ତ ହୋଇଥିବା ଜଣାପଡ଼ିଛି।

ସେହିପରି ବିଧାୟକଙ୍କ ମଧ୍ୟରେ ବିଜେପି ବିଧାୟକ ସୁକାନ୍ତ ନାୟକ, ବିଜେଡି ବିଧାୟକ ପ୍ରଶାନ୍ତ ବେହେରା ଓ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରୁ ସୁସ୍ଥ ହୋଇଥିବାବେଳେ ବିଧାୟକ ପ୍ରଭୁ ଜାନି, ଭାଗିରଥୀ ସେଠୀ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁଧାଂଶୁ ଶେଖର ପରିଡ଼ା, ଶ୍ରୀକାନ୍ତ ସାହୁ, ସୁନନ୍ଦା ଦାସ, ସଞ୍ଜିବ ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ଅନନ୍ତ ନାରାୟଣ ଜେନା, ପୀତମ ପାଢ଼ୀ, ସଦାଶିବ ପ୍ରଧାନୀ ଓ ବିକ୍ରମ ପଣ୍ଡା ଏବେ ଗୃହ ସଙ୍ଗରୋଧରେ ଚିକିତ୍ସାଧୀନ ଅଛନ୍ତି।

ଏମାନଙ୍କ ବ୍ୟତୀତ ବିଜେଡିର ୨ ସାଂସଦ ରମେଶ ମାଝୀ ଓ ମଞ୍ଜୁଲତା ମଣ୍ଡଳ ଏବଂ ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

The post ମନ୍ତ୍ରୀ ପଦ୍ମିନୀ ଦିଆନ କୋଭିଡ୍ ହସ୍‌ପିଟାଲ୍‌ରେ ଭର୍ତ୍ତି appeared first on Odisha Reporter.



from Odisha Reporter https://ift.tt/33nbqob

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages