ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଇନ୍ସପେକ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 19, 2020

ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଇନ୍ସପେକ୍ଟର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି) : ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣି ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି  ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା IIC ସ୍ନିଗ୍ଧାରାଣୀ ସୁନା। ରାଉରକେଲା ସରକାରୀ କଲେଜରେ ଅଧ୍ୟାପକ ଥିବା ସ୍ୱାମୀଙ୍କ ନାଁରେ ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି ସ୍ନିଗ୍ଧାରାଣୀ।

ରଘୁନାଥପାଲି ଥାନାରେ IIC ସ୍ନିଗ୍ଧାରାଣୀ କରିଥିବା ଲିଖିତ ଅଭିଯୋଗ ଅନୁଯାୟୀ, ୧୩ ବର୍ଷ ପୂର୍ବେ ତାଙ୍କର ବିବାହ ହୋଇଥିଲା। ହେଲେ ବିବାହର ୩ ବର୍ଷ ପରଠୁ ତାଙ୍କ ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଇ ଆସୁଛନ୍ତି। ଏହାବ୍ୟତୀତ ହତ୍ୟା ଉଦ୍ୟମ ଅଭିଯୋଗ ମଧ୍ୟ ଆଣିଛନ୍ତି ସ୍ନିଗ୍ଧାରାଣୀ।

ନିର୍ଯାତନା ଅସହ୍ୟ ହେବାରୁ ସ୍ନିଗ୍ଧାରାଣୀ  ଗତ ଗୁରୁବାର ରଘୁନାଥପାଲି ଥାନାରେ ଏନେଇ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ଗତକାଲି ଏ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ରଘୁନାଥପାଲି ଥାନା ପୁଲିସ୍‌।

The post ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଇନ୍ସପେକ୍ଟର appeared first on Odisha Reporter.



from Odisha Reporter https://ift.tt/2ZRa9oo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages