ବରଗଡ଼(ଦୀପକ ଶର୍ମା): ରାଜ୍ୟରେ ଦିନକୁ ଦିନକୁ କରୋନା ଆକ୍ରାନ୍ତ ସଂଖ୍ୟ ବୃଦ୍ଧି ପାଉଥିବାବେଲେ ବରଗଡ଼ରୁ ନକଲି କରୋନା ଔଷଧ ଜବତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଡ୍ରଗ୍ସ ଇନ୍ସପେକ୍ଟର ସସ୍ମିତା ଦେହେରୀ।
ସୂଚନା ଅନୁସାରେ, ବରଗଡ଼ ଜିଲ୍ଲା ଭେଡେନ ଥାନା ରୁଷୁଡ଼ା ଗାଁରେ ନକଲି କରୋନା ଔଷଧ ପ୍ରସ୍ତୁତ କରାଯାଉଥିବା ପୁଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ଆଜି ସମ୍ବଲପୁର ଡ୍ରଗ୍ସ ଇନ୍ସପେକ୍ଟର ଓ ପୁଲିସ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ଔଷଧ, ଖୋଳ, ପାଉଡର, ରାସାୟନିକ ପଦାର୍ଥ ଜବତ କରିଛନ୍ତି । ଏନେଇ ପୁଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।
The post ବରଗଡ଼ରେ ମିଳୁଛି ନକଲି କରୋନା ଔଷଧ appeared first on Odisha Reporter.
from Odisha Reporter https://ift.tt/3mVeNM0
No comments:
Post a Comment