ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରକୁ ଲାଗି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ପାଇଁ ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ଜଗତସିଂପୁର, କଟକ, ପୁରୀ, କେନ୍ଦ୍ରାପଡା ଓ ଢେଙ୍କାନାଳ। ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆଉ କିଛି ଜିଲ୍ଲା ପାଇଁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ସବୁ ହେଉଛି ଖୋର୍ଦ୍ଧା, ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ ଓ ବୌଦ୍ଧ। ଆଜିଠାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଣିପାଗ ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
The post ଆଜି ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3cMm9wJ
No comments:
Post a Comment