ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 4, 2020

ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ଗୋଟିଏ ଦିନରେ ୮୬,୪୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଦେଶରେ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଲକ୍ଷ ପାର ହୋଇଯାଇଛି।

ବର୍ତ୍ତମାନ ସୁଦ୍ଧା ଦେଶରେ ୪୦,୨୩,୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧,୦୭,୨୨୩ ସୁସ୍ଥ ହୋଇସାରିଛନ୍ତି। ୮,୪୬,୩୯୫ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ଆଉ ୧,୦୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୬୯,୫୬୧ରେ ପହଞ୍ଚିଯାଇଛି।

The post ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3h1NnQy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages