ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି। ତାଙ୍କର ଦେହାନ୍ତ ପରେ ହସ୍ପିଟାଲ୍ରୁ ଭୁବନେଶ୍ୱର ସରକାରୀ ବାସଭବନକୁ ପାର୍ଥିବ ଶରୀର ଅଣାଯାଇଥିଲା। ଏଠାରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ। ବର୍ତ୍ତମାନ ବିଧାନସଭା ଓ ପାର୍ଟି ଅଫିସ୍କୁ ପାର୍ଥିବ ଶରୀର ନିଆଯାଉଥିବା ଜଣାପଡ଼ିଛି। ପରେ ପିପିଲି ଫାର୍ମ ହାଉସ୍କୁ ନିଆଯିବ ମହାରଥୀଙ୍କ ପାର୍ଥିବ ଶରୀର। ଅପରାହ୍ଣରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।
ବିଜୁ ଜନତା ଦଳର ଜଣେ ପ୍ରଭାବଶାଳୀ ନେତା ଥିଲେ ପ୍ରଦୀପ ମହାରଥୀ। କୃଷି, ମତ୍ସ୍ୟ ଓ ପଶୁସମ୍ପଦ, ପଞ୍ଚାୟତିରାଜ, ପାନୀୟ ଜଳ ଯୋଗାଣ ବିଭାଗରେ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଭିନ୍ନ ରାଜନୈତିକ ଦଳର ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି।
The post ପୁରୀ ସ୍ୱର୍ଗଦ୍ୱାରରେ ହେବ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ appeared first on Odisha Reporter.
from Odisha Reporter https://ift.tt/2GzZSGB
No comments:
Post a Comment