ବସ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 16, 2020

ବସ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ମୃତ

ଲକ୍ଷ୍ନୌ: ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ଯାତ୍ରୀବାହୀ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ପିଲବିଟ୍ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ପୁରନପୁର ଏସପି ଜୟ ପ୍ରକାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୁରନପୁର ଅଞ୍ଚଳରେ ଏକ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସେଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଶନିବାର ଭୋର୍ ୩ ଟାରୁ ୪ ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।

ସୂଚନାଯୋଗ୍ୟ, ପିଲବିଟ ଡିପୋରୁ ବସଟି ଲକ୍ଷ୍ନୌ ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ତୁରନ୍ତ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ଏବଂ ବୋଲେରୋରେ ୧୦ ଜଣ ଥିଲେ।

The post ବସ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ମୃତ appeared first on Odisha Reporter.



from Odisha Reporter https://ift.tt/3j07xeM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages