ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଅନେକ ଅଞ୍ଚଳରେ ଥଣ୍ଡା ପଡ଼ିଲାଣି। ଏପରିକି ଆଜି ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିବା ରେକର୍ଡ କରାଯାଇଛି। ସୋନପୁରରେ ସବୁଠୁ ଅଧିକ ଥଣ୍ଡା ପଡ଼ିଲାଣି। ଏଠାରେ ତାପମାତ୍ରା ୧୨.୮ ଡିଗ୍ରୀ ରେକର୍ଡ କରାଯାଇଛି।
ସେହିପରି ଅନୁଗୋଳ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ମଧ୍ୟ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଅନୁଗୋଳରେ ତାପମାତ୍ରା ୧୩.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୪ ଡିଗ୍ରୀ ରହିଛି।
ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଥଣ୍ଡା ଅନୁଭୂତ ହେଉଛି। ଏଠାରେ ତାପମାତ୍ରା ୧୯.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ କଟକରେ ୨୦ ଡିଗ୍ରୀ ରହିଛି।
The post ପଡ଼ିଲାଣି ଶୀତ, ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ appeared first on Odisha Reporter.
from Odisha Reporter https://ift.tt/37VdS9o
No comments:
Post a Comment