ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 22, 2020

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ: ମୁମ୍ବାଇର ନାଗପଡ଼ା ଅଞ୍ଚଳରେ ଥିବା ଏକ ସପିଂ ମଲ୍‌ରେ ଗତକାଲି ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଶଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ୮ ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି । ସମସ୍ତ ଲୋକଙ୍କୁ ମଲ୍ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଗତ ରାତିରେ ମଲ୍ ଭିତରୁ ହଠାତ୍ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଦେଖୁ ଦେଖୁ  ଚାରିଆଡ଼ ଧୂଆଁମୟ ହୋଇଯାଇଥିବା ବେଳେ ନିଆଁ ମଲ୍‌ରେ ବ୍ୟାପିଯାଇଥିଲା । ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି।

The post ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ appeared first on Odisha Reporter.



from Odisha Reporter https://ift.tt/34k7giw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages