କୋଇଲା ଦୁର୍ନୀତିରେ ଦିଲୀପ, ଆଜି ସଜା ଶୁଣାଇପାରନ୍ତି କୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 25, 2020

କୋଇଲା ଦୁର୍ନୀତିରେ ଦିଲୀପ, ଆଜି ସଜା ଶୁଣାଇପାରନ୍ତି କୋର୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଆଜି ଦଣ୍ଡ ବିଧାନ ହେବାର ସମ୍ଭାବନା ଅଛି। ଦିଲୀପଙ୍କ ସହ ୪ ଦୋଷୀ ସାବ୍ୟସ୍ତଙ୍କ ବିରୋଧରେ ଦଣ୍ଡ ଶୁଣାଇ ପାରନ୍ତି କୋର୍ଟ। ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା।  ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ। ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ।

ସେହିପରି କାଷ୍ଟନ ଟେକନୋଲଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଓ କାଷ୍ଟନ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

The post କୋଇଲା ଦୁର୍ନୀତିରେ ଦିଲୀପ, ଆଜି ସଜା ଶୁଣାଇପାରନ୍ତି କୋର୍ଟ appeared first on Odisha Reporter.



from Odisha Reporter https://ift.tt/3mjiavh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages