ଗ୍ରାମଦେବୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 26, 2020

ଗ୍ରାମଦେବୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ଅଛନ୍ତି। ସମସ୍ତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଏପରି ଘଟଣା କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅଞ୍ଚଳରେ ଘଟିଛି।

ଗତକାଲି ରାତିରେ କୃଷ୍ଣନଗର ପଞ୍ଚାୟତ ପିଞ୍ଛାପାଟିଆ ଗାଁରେ ମନଶାଦେବୀ ଠାକୁରାଣୀ ମନ୍ଦିରରେ ଭୋଗ ହୋଇଥିଲା। ସେହି ଭୋଗକୁ ଗାଁର ଶତାଧିକ ଲୋକ ଖାଇଥିଲେ। ଆଜି ସକାଳେ ସମସ୍ତଙ୍କୁ ଝାଡ଼ା, ବାନ୍ତି ଓ ମୁଣ୍ଡବିନ୍ଧା ହୋଇଥିଲା। ସମସ୍ତଙ୍କୁ ଡାଙ୍ଗମାଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସମସ୍ତଙ୍କର ଚିକିତ୍ସା ଚାଲିଛି। ଅସୁସ୍ଥଙ୍କ ମଧ୍ୟରେ ଏକାଧିକ ଶିଶୁ ଅଛନ୍ତି। ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

The post ଗ୍ରାମଦେବୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ appeared first on Odisha Reporter.



from Odisha Reporter https://ift.tt/35xSUL4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages