ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏକ ଡବଲ୍ ମର୍ଡର ମାମଲାରେ ଛତିଶଗଡ଼ର ରାୟଗଡ଼ ପୁଲିସ୍ ଦ୍ୱାରା ଗିରଫ ହୋଇ ଜେଲ୍ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ସ୍ୱାସ୍ଥ୍ୟାବସ୍ଥା ଯୋଗୁ ଜାମିନ୍ରେ ବାହାରି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଅନୁପ ସାଏ। ଛତିଶଗଡ଼ ରାୟଗଡ଼ର ଏକ ଘରୋଇ ହସ୍ପିଟାଲରେ ଅନୁପ ଚିକିତ୍ସାଧୀନ ଥିବା ଜଣାଯାଇଛି।
ଗତ ୨୫ ତାରିଖରେ ଛତିଶଗଡ଼ ହାଇକୋର୍ଟ ଅନୁପଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ। ୨୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଜାମିନ ମିଳିଛି। ଗୁରୁତର ସ୍ୱାସ୍ଥାବସ୍ଥା ଯୋଗୁଁ ୨ ମାସ ପାଇଁ ଅନୁପଙ୍କୁ ଅନ୍ତରୀଣ ଜାମିନ ମିଳିଛି।
ସୂଚନାଯୋଗ୍ୟ, ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ ତିନି ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କଂଗ୍ରେସ ଟିକେଟ୍ରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୪ରେ ସେ ବିଜେଡିରେ ଯୋଗ ଦେଇଥିଲେ।
୨୦୧୬ ଏପ୍ରିଲ ମାସରେ ଝାରସୁଗୁଡ଼ା ସୀମାନ୍ତ ଛତିଶଗଡ଼ରେ ୩୨ ବର୍ଷୀୟା କଳ୍ପନା ଦାସ ଓ ତାଙ୍କର ୧୪ ବର୍ଷୀୟା ଝିଅ ପ୍ରଭାତୀ ଦାସଙ୍କୁ ହତ୍ୟା କରାଯାଇଥିଲା। ଉଭୟଙ୍କୁ ହତ୍ୟା କରାଯାଇ ଛତିଶଗଡ଼ ସୀମାରେ ଫିଙ୍ଗା ଯାଇଥିଲା। ଛତିଶଗଡ଼ ପୁଲିସ୍ ମୃତଦେହ ଜବତ କରି ତଦନ୍ତ କରିଥିଲା। ଏହାକୁ ନେଇ ବିଭିନ୍ନ ଥାନାରେ ତଦନ୍ତ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟି କିଛି ଗୋପନୀୟ ତଥ୍ୟ ସଂଗ୍ରହ କରିଥିଲା ପୁଲିସ୍। ତେବେ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ସନ୍ଦେହ କରି ଛତିଶଗଡ଼ ପୁଲିସ୍ ଅନୁପ ସାଏଙ୍କୁ ଗିରଫ କରିବା ପରଠୁ ସେ ଜେଲ୍ରେ ଅଛନ୍ତି।
The post ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଜାମିନରେ ମୁକୁଳିଲେ appeared first on Odisha Reporter.
from Odisha Reporter https://ift.tt/340tmXe
No comments:
Post a Comment