କେମିତିକା ନେତା ଥିଲେ ମହାରଥୀ, ପଢ଼ନ୍ତୁ କିଏ କଣ କହିଲେ   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 3, 2020

କେମିତିକା ନେତା ଥିଲେ ମହାରଥୀ, ପଢ଼ନ୍ତୁ କିଏ କଣ କହିଲେ  

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମହାରଥୀଙ୍କୁ ବିଜେଡିର ଜଣେ ଟାଣୁଆ ନେତା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସେ ଜଣେ ଦକ୍ଷ ସଂଗଠକ ଭାବେ ଜଣାଶୁଣା ଥିଲେ। ପ୍ରକୃତରେ ସାଧାରଣ ଲୋକଙ୍କ ନେତା ଥିଲେ ପ୍ରଦୀପ ମହାରଥୀ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି କହିଛନ୍ତି, ‘ଶ୍ରୀ ମହାରଥୀ ଜଣେ ଖୁସ୍ ମିଜାସ୍ ତଥା କୌଣସି ବି ପ୍ରସଙ୍ଗରେ ରୋକଠୋକ୍ ଭାବରେ ନିଜର ମତ ରଖିବା ସହ ନିଜର ସ୍ୱତନ୍ତ୍ର ଉପସ୍ଥାପନା ଶୈଳୀ ପାଇଁ ଏକ ବିରଳ ପରିଚୟ ସୃଷ୍ଟି କରିଥିଲେ।

ସବୁବେଳେ ଲୋକଙ୍କ ସାଙ୍ଗରେ ରହିବା ଓ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦିନରାତି ଲାଗି ରହିବା ଥିଲା ତାଙ୍କର ପସନ୍ଦ। ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ଓ ସାମାଜିକ ଜୀବନରେ ଏକ ଅପୂରଣୀୟ କ୍ଷତି ହେଲା।

The post କେମିତିକା ନେତା ଥିଲେ ମହାରଥୀ, ପଢ଼ନ୍ତୁ କିଏ କଣ କହିଲେ   appeared first on Odisha Reporter.



from Odisha Reporter https://ift.tt/3jtbGJj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages