ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 3, 2020

ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ଗତକାଲି ରାଜଧାନୀ ସମେତ ଅନ୍ୟ କେତେକ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ସହ ମୂଷଳ ଧାରାରେ ବର୍ଷା ରେକର୍ଡ ହୋଇଛି।  ଲଘୁଚାପଜନିତ ଏହି ବର୍ଷା ଆସନ୍ତା ୪-୫ ଦିନ ଧରି ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି।

ବିଶେଷ କରି ୪ଟି ଜିଲ୍ଲାରେ ଅତି ପ୍ରବଳ ଏବଂ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ ଅନୁଗୁଳ ଜିଲ୍ଲାରେ ଅତି ପ୍ରବଳ ଏବଂ ଖୋର୍ଦ୍ଧା, କଟକ, ଗଜପତି, ରାୟଗଡ଼ା, ନୟାଗଡ଼, ବୌଦ୍ଧ, ପୁରୀ, ବଲାଙ୍ଗିର, ଜଗତସିଂପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାସହ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ୍ କମିଶନର୍ ।

The post ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ appeared first on Odisha Reporter.



from Odisha Reporter https://ift.tt/3nbIed7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages