ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହୋଇଛି। ଯାହାର ପ୍ରଭାବରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ।
ପଶ୍ଚିମ, ପଶ୍ଚିମ-ଉତ୍ତର ଦିଗରେ ଗତି କରି ୧୨ ତାରିଖରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ତେଣୁ ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜିଠୁ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୧୨ ତାରିଖ ସକାଳ ଯାଏ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ାଘଡ଼ି ସହ ବର୍ଷା ହୋଇପାରେ। ତେବେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
The post ଆଜିଠାରୁ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/3k22qw5
No comments:
Post a Comment