ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ୩ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 20, 2020

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ୩ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ୩ ଦିନ ଧରି  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାମାନଙ୍କରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ  ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 

 

 

The post ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ୩ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/37tV9l0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages