ସ୍କୁଲ ଫି ଛାଡ଼ ମାମଲା: ୭ ଦିନରେ ଜବାବ ଦେବାକୁ ରାଜ୍ୟକୁ ନିର୍ଦ୍ଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 19, 2020

ସ୍କୁଲ ଫି ଛାଡ଼ ମାମଲା: ୭ ଦିନରେ ଜବାବ ଦେବାକୁ ରାଜ୍ୟକୁ ନିର୍ଦ୍ଦେଶ

କଟକ(ଓଡ଼ିଶା ରିପୋର୍ଟର): ସ୍କୁଲ ଫି ଛାଡ଼ ସଂପର୍କିତ ମାମଲାର ଶୁଣାଣି କରି ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । କିଛି ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିସନକୁ ଅଗ୍ରାହ୍ୟ କରିବା ସହ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ୭ ଦିନ ମଧ୍ୟରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୭ ଦିନ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ସ୍କୁଲ ଫି ଛାଡ଼ ସଂପର୍କୀତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍ସନ୍ ପିଟିସନକୁ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି ହାଇକୋର୍ଟ ।

ସୂଚନାଯୋଗ୍ୟ,  କରୋନା ସମୟରେ ଘରୋଇ ସ୍କୁଲ ଫି ଛାଡ଼ କରିବା ନିମନ୍ତେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଏପରିକି ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ହାଇକୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ବିଭିନ୍ନ ସ୍ଲାବରେ ୩୦ ପ୍ରତିଶତ ପର୍ଯ୍ୟନ୍ତ  ଫି କମାଇବା ନେଇ ସୁପାରିଶ କରାଯାଇଥିଲା ।

ଦାଖଲ ହୋଇଥିବା ରିପୋର୍ଟ ଅନୁଯାୟୀ,  ବାର୍ଷିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ଟ୍ୟୁସନ୍ ଫି ନେଉଥିବା ସ୍କୁଲର କୌଣସି ଫି ଛାଡ କରାଯିବନି । ତେବେ ୬ରୁ ୧୨ ହଜାର ଟଙ୍କା ଯାଏଁ ଫି ନେଉଥିଲେ ୭.୫ ପ୍ରତିଶତ, ୧୨ରୁ ୨୪ ହଜାର ଯାଏଁ  ୧୨ପ୍ରତିଶତ, ୨୪ରୁ ୪୮ ହଜାର ଯାଏଁ ୧୫ ପ୍ରତିଶତ, ୪୮ରୁ ୭୨ ହଜାର ଯାଏଁ ଫିରେ ୨୦ ପ୍ରତିଶତ ଛାଡ କରାଯିବାକୁ ସୁପାରିଶ ହୋଇଛି  । ସେହିପରି ୭୨ରୁ ୧ ଲକ୍ଷ ଟଙ୍କା ଫିରେ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ପାଇଁ ୨୬ ପ୍ରତିଶତ ହ୍ରାସ କରିବାକୁ ସୁପାରିଶ କରାଯାଇଛି । ରେସିଡେନ୍ସିଆଲ ସ୍କୁଲଗୁଡିକର ଫି ୩୦ପ୍ରତିଶତ ହ୍ରାସ ପାଇଁ କମିଟି ସୁପାରିଶ କରିଛି  ।

ଆପୋଷ ସହମତିରେ କୌଣସି ସମାଧାନର ସୁତ୍ର ନ ବାହାରିଲେ କୋର୍ଟ ନିଷ୍ପତ୍ତି ନେବେ ବୋଲି ସୂଚାଇ ଦିଆଯାଇଛି।

The post ସ୍କୁଲ ଫି ଛାଡ଼ ମାମଲା: ୭ ଦିନରେ ଜବାବ ଦେବାକୁ ରାଜ୍ୟକୁ ନିର୍ଦ୍ଦେଶ appeared first on Odisha Reporter.



from Odisha Reporter https://ift.tt/37gmDut

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages