ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୨ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 30, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୨ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ୍‌ ୧୩୨୦ ଜଣଙ୍କର କରୋନାରେ ଜୀବନ ଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କ ଭିତରୁ ଖୋର୍ଦ୍ଧାରୁ ୫ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୪, ଗଞ୍ଜାମରୁ ଜଣେ, ନୂଆପଡ଼ାରୁ ଜଣେ ଓ କେନ୍ଦୁଝରରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୨୮୮୬୪୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୩୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୭୩୮୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୩୪୪୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ୫୩ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୨ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3mC2SBV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages