ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ରାୟଗଡା, ଖୋର୍ଦ୍ଧା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆସନ୍ତା କିଛି ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି।
ଏପଟେ ଏହାରି ମଧ୍ୟରେ ପାରାଦୀପରେ ସର୍ବାଧିକ ୨୦ ମିଲିମିଟର, ଗଞ୍ଜାମରେ ୧୪.୬ ଏବଂ ରାୟଗଡା ୧୪ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
The post ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା appeared first on Odisha Reporter.
from Odisha Reporter https://ift.tt/35a3ac5
No comments:
Post a Comment