ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ ହୋଇଛି। ଆଜି କଟକ ସଦଗୁରୁ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ବୟସ ହୋଇଥିଲା। ପରଲୋକ ନେଇ ସୂଚନା ଦେଇଛନ୍ତି ଗୁରୁପଦଙ୍କ ପୁଅ ରୋମିଓ ନନ୍ଦ। ଗୁରୁପଦ ୧୯୮୦ରେ କଂଗ୍ରେସରୁ ଟିକେଟ୍ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ। ଗୁରୁପଦଙ୍କ ପରଲୋକରେ ସବୁଠି ଶୋକର ଛାୟା ଖେଳିଯାଇଛି।
The post କଂଗ୍ରେସର ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/3jgdgwW
No comments:
Post a Comment