୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 4, 2020

୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଆଡ଼କୁ ମୁହାଁଇପାରେ । ପରବର୍ତ୍ତି ୨ରୁ ୩ ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହୋଇପାରେ । ଏହା ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସେହିପରି ଲଘୁଚାପ ପ୍ରଭାବରେ   ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।

କଟକର କଣ୍ଟାପଡ଼ାରେ ୧୩ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ପିପିଲିରେ ୧୨ ସେଣ୍ଟିମିଟର, ଗଞ୍ଜାମ ପୁରୁଷୋତ୍ତମପୁରରେ ୧୧ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଆଜି ସକାଳ ୮ ଟା ଯାଏଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  ।

The post ୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/34mx6kQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages