ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 3, 2020

ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୀବନ ଯୁଦ୍ଧରେ ହାରିଗଲେ  ମହାରଥୀ।  ବିଜେଡିର ବରିଷ୍ଠ ନେତା ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ପିପିଲି ବିଧାୟକ ପ୍ରଦୀପ ମହାରଥୀ ଆଉ ନାହାନ୍ତି। ଗତକାଲି ରାତି ୨ଟା ୩୬ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୫ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।
ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଗତ ତିନି ଦିନ ଧରି ଶ୍ରୀ ମହାରଥୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଦ୍ରୁତ ଅବନତି ଦେଖାଦେଇଥିଲା ଓ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।  ସେ ସେପ୍ଟେମ୍ବର ୧୯ତାରିଖରେ କରୋନା ସଂକ୍ରମିତ ହୋଇଥିଲେ। ହସ୍ପିଟାଲରେ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ପୂର୍ବରୁ ବହୁବିଧ ରୋଗରେ ପୀଡ଼ିତ ଥିବାରୁ ତାଙ୍କୁ  ଭୁବନେଶ୍ୱରସ୍ଥିତ ସମ୍ ଅଲଟିମେଟମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।  ୧୯୫୫ ମସିହା ଜୁଲାଇ ୪ ତାରିଖରେ ପୁରୀ ଜିଲ୍ଲାର ପିପିଲି ନିକଟସ୍ଥ ଖୋରାପଡ଼ା ଗାଁରେ ଜନ୍ମିତ ଶ୍ରୀ ମହାରଥୀ ନିଜର ନିଆରା କଥାବାର୍ତ୍ତା ଶୈଳୀ ପାଇଁ ପରିଚିତ। ଶ୍ରୀ ମହାରଥୀ ଛାତ୍ର ଜୀବନରୁ ରାଜନୀତି ପ୍ରତି ସ୍ୱତନ୍ତ୍ର ରୁଚି ରଖିଥିଲେ। ୧୯୭୫ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ତାଙ୍କୁ ଗିରଫ କରାଯାଇଥିଲା। ୧୯୭୭ ମସିହାରେ ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ କଲେଜର ଛାତ୍ରସଂସଦ ସଭାପତିର ନିଜର ରାଜନୀତିକ କ୍ୟାରିୟର କରିଥିବା ଶ୍ରୀ ମହାରଥୀ ଆଉ ପଛକୁ ଫେରିନାହାନ୍ତି। ୧୯୮୫ ମସିହାରେ ପ୍ରଥମଥର ପାଇଁ ଜନତା ଦଳ ଟିକେଟରେ ନିର୍ବାଚନ ଜିତି ବିଧାୟକ ହୋଇଥିଲେ।

୧୯୯୫ ମସିହାରେ ଗୋଟିଏ ଥର ନିର୍ବାଚନରେ ପରାଜିତ ହେବାପରେ ସେ ଆଉ ପରାଜୟର ମୁହଁ ଦେଖିନାହାନ୍ତି। ପିପିଲି ବିଧାନସଭା ଆସନରୁ ସେ ୨୦୦୦ ମସିହାରୁ ବିଜେଡି ଟିକେଟରେ କ୍ରମାଗତ ୫ମଥର ନିର୍ବାଚିତ ହୋଇଛନ୍ତି। ସେ ମୋଟ ୭ଥର ବିଧାୟକ ହୋଇଥିବାବେଳେ ୨୦୦୦ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସରକାରୀ ମୁଖ୍ୟ ସଚେତକ, ୨୦୧୧ରୁ ୨୦୧୨ ଜାନୁୟାରୀ ପର୍ଯ୍ୟନ୍ତ ୮ମାସ ପାଇଁ କୃଷି ମନ୍ତ୍ରୀ ହୋଇଥିଲେ। ପ୍ରଥମଥର କୃଷି ମନ୍ତ୍ରୀ ଥିବାବେଳେ ପିପିଲି ଗଣଦୁଷ୍କର୍ମ ଘଟଣାରେ ତାଙ୍କର ସହଯୋଗୀମାନଙ୍କ ସମ୍ପୃକ୍ତି ଯୋଗୁ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା ହେବାକୁ ପଡ଼ିଥିଲା। ତେବେ ପରେ ସେ ପୁଣିଥରେ ମନ୍ତ୍ରିମଣ୍ଡଳକୁ ଫେରି ନବୀନ ପଟ୍ଟନାୟକଙ୍କ ଚତୁର୍ଥ ପାଳି ସରକାରରେ ୨୦୧୪ ମେ’ରୁ ୨୦୧୭ ମେ’ ପର୍ଯ୍ୟନ୍ତ ପୁଣିଥରେ କୃଷି ମନ୍ତ୍ରୀ ସହ ମତ୍ସ୍ୟ ଓ ପଶୁସମ୍ପଦ,୨୦୧୭ ମେ’ରୁ ୨୦୧୯ ଜାନୁୟାରୀ ପର୍ଯ୍ୟନ୍ତ ପଂଚାୟତିରାଜ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।
ଶ୍ରୀମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ ଜଣେ ଅଧ୍ୟାପିକା ହୋଇଥିବାବେଳେ ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି।

କରୋନା କଟକଣାକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

 

 

The post ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ appeared first on Odisha Reporter.



from Odisha Reporter https://ift.tt/3juZJT8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages