ମହାରଥୀଙ୍କୁ ମୁଖାଗ୍ନି ଦେଲେ ରୁଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 4, 2020

ମହାରଥୀଙ୍କୁ ମୁଖାଗ୍ନି ଦେଲେ ରୁଦ୍ର

ପୁରୀ (ଓଡ଼ିଶା ରିପୋର୍ଟର): ପଞ୍ଚଭୂତରେ ଲୀନ ହେଲା ମହାରଥୀଙ୍କ ପାର୍ଥିବ ଶରୀର। ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ରୁଦ୍ର ମୁଖାଗ୍ନି ଦେଇଥିବା ବେଳେ ଝିଅ ପଲ୍ଲବୀ ଓ ଜ୍ୱାଇଁ ଅର୍ଦ୍ଧେନ୍ଦୁ ଉପସ୍ଥିତ ଥିଲେ। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ନିଜର ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବାକୁ ଲୋକାରଣ୍ୟ ହୋଇଥିଲା ସ୍ୱାର୍ଗଦ୍ୱାର। ବିଭିନ୍ନ ଦଳର ନେତା, ମହାରଥୀଙ୍କ ନିର୍ବାଚନମଣ୍ଡଳୀରୁ ଶହ ଶହ ସମର୍ଥକ ଓ ଶୁଭେଚ୍ଛୁ ସ୍ୱର୍ଗଦ୍ୱାରରେ ପହଞ୍ଚିଥିଲେ। ତାଙ୍କ ମର ଶରୀରକୁ ଭୁବନେଶ୍ୱରରୁ ବିରାଟ ଶୋଭାଯାତ୍ରାରେ ସ୍ୱର୍ଗଦ୍ୱାର ନିଆଯାଇଥିଲା।

ମହାରଥୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିବା ପରେ ପ୍ରଥମେ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ ନିଆଯାଇଥିଲା। ଏହାପରେ ବିଧାନସଭା ନିଆଯାଇଥିଲା। ସେଠାରେ ଦଳମତ ନିର୍ବିଶେଷରେ ସବୁ ରାଜନେତା ମହାରଥୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଥିଲେ। ବିଧାନସଭାରୁ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଏବଂ ପରେ ପିପିଲିସ୍ଥିତ ବିଜେଡି ପାର୍ଟି ଅଫିସ ନିଆଯାଇଥିଲା। ସେଠାରୁ ତାଙ୍କ ପୈତୃକ ଗାଁ ପିପିଲି ଖୋରାପଦା ଏବଂ ପରେ ଫାର୍ମ ହାଉସ୍ ନିଆଯାଇଥିଲା। ପାର୍ଥିବ ଶରୀର ତାଙ୍କ ପୈତୃକ ଗାଁରେ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।

The post ମହାରଥୀଙ୍କୁ ମୁଖାଗ୍ନି ଦେଲେ ରୁଦ୍ର appeared first on Odisha Reporter.



from Odisha Reporter https://ift.tt/2Sw6rwh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages