ଦେଶରେ କରୋନା ମୃତ୍ୟୁସଂଖ୍ୟା ୧,୧୨,୧୬୧ରେ ପହଞ୍ଚିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 15, 2020

ଦେଶରେ କରୋନା ମୃତ୍ୟୁସଂଖ୍ୟା ୧,୧୨,୧୬୧ରେ ପହଞ୍ଚିଲା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ହେଁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନାହିଁ। ପୁଣିଥରେ ଏହି ପ୍ରାଣଘାତୀ ଭାଇରସ ଗୋଟିଏ ଦିନରେ ୮୯୫ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୨,୧୬୧ରେ ପହଞ୍ଚି ଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୬୩,୩୭୧ ଜଣ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୩.୭ ଲକ୍ଷ ପାର କରାଯାଇଛି। ଗତକାଲି ୬୮୦ ଜଣ ପ୍ରାଣ ହରାଇଥିବା ବେଳେ ଆଜି ମୃତ୍ୟୁସଂଖ୍ୟା ୮୯୫ ରହିବା ସମସ୍ତଙ୍କ ଚିନ୍ତା ବଢ଼ାଇଛି। ତେବେ ଦେଶରେ ମୃତ୍ୟୁହାର ୧.୫% ରହିବା ଓ ଆରୋଗ୍ୟ ହାର ବୃଦ୍ଧି ପାଇବା ସମସ୍ତଙ୍କୁ ଆଶ୍ୱସ୍ତ କରିଛି।

୨୪ ଘଣ୍ଟା ମଧ୍ୟରେ ୭୦,୩୩୮ ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬୪,୫୩,୭୭୯ରେ ପହଞ୍ଚି ଯାଇଛି। ଏହାର ଅର୍ଥ ଦେଶରେ ଆକ୍ଟିଭ କେସ ସଂଖ୍ୟା ୮୦୪୫୨୮ ରହିଛି। ଏବେ ଦେଶରେ ସଂକ୍ରମିତ ସଂଖ୍ୟା କମୁଥିଲେ ହେଁ ଆଗକୁ ଶୀତ ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ବିଶେଷଜ୍ଞମାନେ କହିଛନ୍ତି। ଏହି କାରଣରୁ ଲୋକଙ୍କୁ ଅଧିକ ସତର୍କ ରହିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

The post ଦେଶରେ କରୋନା ମୃତ୍ୟୁସଂଖ୍ୟା ୧,୧୨,୧୬୧ରେ ପହଞ୍ଚିଲା appeared first on Odisha Reporter.



from Odisha Reporter https://ift.tt/3nWhrSs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages