ଆଜି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 22, 2020

ଆଜି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଆଜି ଗଭୀର ଅବପାତର ରୂପ ନେବ । ଆଜି ଅପରାହ୍ନରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାଡ଼ା ମଝିରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ସୂଚନା  ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ପାରାଦୀପଠାରୁ ୯୦ କିଲୋମିଟର ଦୂରରେ ରହିଛି । ପଶ୍ଚିମ ବଙ୍ଗସାଗର ଦୀପଠାରୁ ଏହା ୧୭୦ କିଲୋମିଟର ଦୂରରେ ରହିଛି । ଏହା ଉତ୍ତର- ଉତ୍ତର ପୂର୍ବ ଦିଗରେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି।

ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ସତର୍କ ସଙ୍କେତ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି ।

ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟା ଯାଏ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକର ସମୁଦ୍ରକୂଳକୁ ଲାଗିଥିବା ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ବେଳେ ବେଳେ ପବନର ବେଗ ୫୦ କିଲୋମିଟରକୁ ମଧ୍ୟ ଛୁଇଁପାରେ ।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । କଚ୍ଚା ଘର ପ୍ରତି ବିପଦ ଥିବା କୁହାଯାଇଛି। ସେହିପରି ଆଜି ସକାଳ  ୮ଟା ୩୦ ଯାଏ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଏବଂ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

 

The post ଆଜି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ପ୍ରବଳ ବର୍ଷା ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/3mhJNF5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages