ଇନ୍ଦିରା ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 31, 2020

ଇନ୍ଦିରା ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧିଙ୍କ ଆଜି ହେଉଛି ପୁଣ୍ୟତିଥି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି କଂଗ୍ରେସ ମହାସଚିବ ତଥା ନାତୁଣୀ ପ୍ରିୟଙ୍କା ଗାନ୍ଧି ଭଦ୍ରା ମଧ୍ୟ ଇନ୍ଦିରା ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀରେ ଶକ୍ତିସ୍ଥଳ ସ୍ଥିତ ସମାଧିଠାରେ ସଙ୍କଳ୍ପ ସୁମନ ଅର୍ପଣ କରିଛନ୍ତି।

ଇନ୍ଦିରା ଗାନ୍ଧି ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ। 1984 ଅକ୍ଟୋବର 31ରେ ତାଙ୍କୁ ହତ୍ୟା କରାଯାଇଥିଲା। ସେ 1966 ଜାନୁୟାରୀରୁ 1977 ମାର୍ଚ୍ଚ ପର୍ଯ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପରେ 1980ରେ ପୁଣିଥରେ ସେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ସେହି ବର୍ଷ 1959ରୁ 1960 ପର୍ଯ୍ୟନ୍ତ ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସର ଅଧ୍ୟକ୍ଷ ମଧ୍ୟ ରହିଥିଲେ।

ଇନ୍ଦିରା ଗାନ୍ଧିଙ୍କ ମୃତ୍ୟୁକୁ ଏହାରି ଭିତରେ 36 ବର୍ଷ ପୂରା ହୋଇସାରିଛି। ତାଙ୍କ କାର୍ଯ୍ୟକାଳ ଭିତରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହୋଇଥିଲା। 1975ରେ ଦଶକରେ ତତ୍କାଳୀନ ରାଷ୍ଟ୍ରପତି ଫଖରୁଦ୍ଦୀନ ଅଲୀ ଅହମଦ ଇନ୍ଦିରାଙ୍କ କହିବାନୁସାରେ ସମ୍ବିଧାନ ଧାରା 352 ଅନୁଯାୟୀ ଦେଶରେ ଏମରଜେନ୍ସି ଲାଗୁ କରିଥିଲେ।

The post ଇନ୍ଦିରା ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/2HGQBNT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages