ଆଜିଠାରୁ ଓଜେଇଇ; ପରୀକ୍ଷା ଦେବେ ୮୦ ହଜାର ଛାତ୍ରଛାତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 11, 2020

ଆଜିଠାରୁ ଓଜେଇଇ; ପରୀକ୍ଷା ଦେବେ ୮୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଜେଇଇ ମେନ୍ ଢାଞ୍ଚାରେ କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ଦିନକୁ ୩ଟି ସିଫ୍ଟରେ ପରୀକ୍ଷା ହେବ ।

ସକାଳ ୯ଟାରୁ ୧୧ଟା, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ଏବଂ ଅପରାହ୍ନ ୪ଟାରୁ ୬ଟା ଯାଏଁ ୩ଟି ସିଫ୍ଟରେ ପରୀକ୍ଷା ହେବ । କୋଭିଡ୍ କଟକଣାକୁ ମାନି ମାସ୍କ ପିନ୍ଧି, ସାମାଜିକ ଦୂରତା ବଜାୟ ରଖି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ । ପରୀକ୍ଷା କେନ୍ଦ୍ରକୁ ଭଲ ଭାବେ ସାନିଟାଇଜ କରାଯାଇଛି । ଶହେ ପିଲା ବସିବାକୁ ସୁବିଧା ଥିବା କେନ୍ଦ୍ରରେ ୫୦ ପରୀକ୍ଷାର୍ଥୀ ବସିବେ ।

ଓଜେଇଇ ପାଇଁ ଓଡ଼ିଶାର ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ବାହାରେ କୋଳକତା, ରାଞ୍ଚି ଓ ପାଟନାରେ ୫ଟି ସେଣ୍ଟର କରାଯାଇଛି । ଏଥର ୮୦ ହଜାର ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିବା ଓଜେଇ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

The post ଆଜିଠାରୁ ଓଜେଇଇ; ପରୀକ୍ଷା ଦେବେ ୮୦ ହଜାର ଛାତ୍ରଛାତ୍ରୀ appeared first on Odisha Reporter.



from Odisha Reporter https://ift.tt/2H11RDN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages