ରାଜ୍ୟରେ ଆଜିଠୁ କମିପାରେ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 6, 2020

ରାଜ୍ୟରେ ଆଜିଠୁ କମିପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ କମିପାରେ ବର୍ଷା । ଲଘୁଚାପର ପ୍ରଭାବ କମିଥିବା ବେଳେ ଆଜିଠୁ ବର୍ଷା କମିବା ସମ୍ଭାବନା ରହିଛି । ତେବେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ତେଣୁ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଆଉ ବଡ଼ ବର୍ଷା ସମ୍ଭାବନା ନଥିବା ପାଣିପାଗ ବିଭାଗ କହିଛି ।

ତେବେ ଆଉ ଏକ ଲଘୁଚାପ ହେବାକୁ ଥିବାରୁ ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖରୁ ବର୍ଷା ଆରମ୍ଭ ହେବ । ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏବେ ଲଘୁଚାପ ଦୁର୍ବଳ ହୋଇଛି ।  ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଘୁର୍ଣ୍ଣିବଳୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆଉ ଲଗାଣ ବର୍ଷା ନଥିବା ପାଣିପାଗ ବିଭାଗ କହିଛି।

The post ରାଜ୍ୟରେ ଆଜିଠୁ କମିପାରେ ବର୍ଷା appeared first on Odisha Reporter.



from Odisha Reporter https://ift.tt/3nnUEi3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages