ନଭେମ୍ବର ୧୬ରୁ ସ୍କୁଲ ଯିବେ ୪ଟି ଶ୍ରେଣୀ ପିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 30, 2020

ନଭେମ୍ବର ୧୬ରୁ ସ୍କୁଲ ଯିବେ ୪ଟି ଶ୍ରେଣୀ ପିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ପାଇଁ ରାଜ୍ୟରେ ବନ୍ଦ ରହିଥିଲା ସବୁ ଶିକ୍ଷାନୁଷ୍ଠାନ। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦଶ ବ୍ୟତୀତ ସବୁ ଶିକ୍ଷାନୁଷ୍ଠାନ ୩୦ ଯାଏଁ ବନ୍ଦ ରହିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ନଭେମ୍ବର ୧୫ ଯାଏଁ ବନ୍ଦ ରହିବ ସିନେମା ହଲ୍‌ ଓ ସୁଇମିଂ ପୁଲ୍‌। ବାହାଘରରେ ସର୍ବାଧିକ ୨୦୦ ଲୋକ ଯୋଗ ଦେଇପାରିବେ। ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ଯୋଗ ଦେଇପାରିବେ। ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିବ। ବଡ଼ ଧରଣର ଧାର୍ମିକ କିମ୍ବା ରାଜନୈତିକ ସମାବେଶକୁ ବାରଣ କରାଯାଇଛି।

ସେପଟେ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ କଟକଣା।

The post ନଭେମ୍ବର ୧୬ରୁ ସ୍କୁଲ ଯିବେ ୪ଟି ଶ୍ରେଣୀ ପିଲା appeared first on Odisha Reporter.



from Odisha Reporter https://ift.tt/37X466H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages