୨୩ ତାରିଖ ଯାଏ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 18, 2020

୨୩ ତାରିଖ ଯାଏ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା  । ଏସବୁ ଜିଲ୍ଲା ସହ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।

ସେହିପରି ୨୦ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ କାଲିଠୁ ୨୨ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।

The post ୨୩ ତାରିଖ ଯାଏ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3lZOKSJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages