ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଏହା ୱେଲ୍ଡ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି।
ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର(ଡିପ୍ରେସନ୍) ରୂପ ନେଇପାରେ। ଏହା ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଏହା ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
The post ୨୪ ଘଣ୍ଟାରେ ୱେଲ୍ଡ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ଲଘୁଚାପ appeared first on Odisha Reporter.
from Odisha Reporter https://ift.tt/37ql9hb
No comments:
Post a Comment