ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ଆଜି ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 12, 2020

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସ୍ୱତନ୍ତ୍ର ରିଲିଫ କମିଶନର ଆଜି ସକାଳୁ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଏହି ୫ ଜିଲ୍ଲା ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ।

ଡିପ୍ ଡିପ୍ରେସନ୍ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗତକାଲିଠାରୁ ବର୍ଷା ଲାଗି ରହିଛିି । ଏହା ଆଜି କାକିନାଡା ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଏହି ୫ ଜିଲ୍ଲା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ଡିପ୍ ଡିପ୍ରେସନ୍ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

The post ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ଆଜି ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3lGC5Ec

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages