ଅବପାତର ରୂପ ନେଲା ୱେଲମାର୍କ ଲୋପ୍ରେସର; ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 11, 2020

ଅବପାତର ରୂପ ନେଲା ୱେଲମାର୍କ ଲୋପ୍ରେସର; ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅବପାତର ରୂପ ନେଇଛି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ୱେଲମାର୍କ ଲୋପ୍ରେସର । ଏହା ଆଗାମୀ କିଛି ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ପାଣିପାଗ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ଏହି ଅବପାତ  ବିଶାଖାପାଟଣାଠୁ ୩୧୦ କିଲୋମିଟର ଦକ୍ଷିଣପୂର୍ବ ଦିଗରେ ରହିଛି ।  ଆଜି ମଧ୍ୟରାତ୍ରିରେ ଏହା ବିଶାଖାପାଟଣା ଓ ନର୍ସାପୁର ମଧ୍ୟରେ ଅତିକ୍ରମ କରିପାରେ । ଏବେ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ଅବପାତ।

ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୩ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଆଜି  ସକାଳ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  ହୋଇଛି । ୧୩ ତାରିଖ ସକାଳ ଯାଏଁ ୫ ଜିଲ୍ଲାକୁ  ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଦକ୍ଷିଣ ଉପକୂଳ ଓଡିଶାରେ ଆଜି ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫କିଲୋମିଟର ରହିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସେପଟେ ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି SRC ।

The post ଅବପାତର ରୂପ ନେଲା ୱେଲମାର୍କ ଲୋପ୍ରେସର; ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/2SLC2dD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages