ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଦୀର୍ଘ ୭ ମାସ ପରେ ଖୋଲିଲା ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଜି ସକାଳ ୮ଟାରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିଛି। କାଉଣ୍ଟର ସମେତ ଅନଲାଇନ ଯୋଗେ ଟିକଟ ବିକ୍ରି ହେଉଛି। ଆଜି ଛୁଟି ଦିନ ଥିବାରୁ ପର୍ଯ୍ୟଟକ ମାନେ ଆସି ଏଠାରେ ଭିଡ ଜମାଇବେ ବୋଲି ଆଶା ରଖାଯାଉଛି।
ସେପଟେ ସ୍ୱଚ୍ଛତା ଓ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି ନନ୍ଦନକାନନ କତ୍ତୃପକ୍ଷ। ନନ୍ଦନକାନନ ପରିସରକୁ ବିଶୋଧନ କରିବା ଲାଗି ଯଥେଷ୍ଟ ପରିମାଣର ହ୍ୟାଣ୍ଡ ସାନିଟାଇଜର ମେସିନ୍ ଏବଂ ୨ଟି ବିଦ୍ୟୁତ ଚାଳିତ ସିଞ୍ଚନ ମେସିନ୍ ରହିଛି।
The post ଖୋଲିଲା ନନ୍ଦନକାନନ appeared first on Odisha Reporter.
from Odisha Reporter https://ift.tt/3lfTaEL
No comments:
Post a Comment