ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 17, 2020

ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚି ଯାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନାରେ ଆଖି ବୁଜିଥିବା ଜଣାଯାଇଛି।

ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ  ଆଖି ବୁଜିଛନ୍ତି। ସେହିପରି କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ମଧ୍ୟ ଜଣେ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

The post ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ appeared first on Odisha Reporter.



from Odisha Reporter https://ift.tt/2IN6kLu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages