ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ସ୍କୁଲ, କଲେଜ ଦୀର୍ଘ ମାସ ହେଲା ବନ୍ଦ ପଡ଼ିରହିଥିବାରୁ ପିଲାଙ୍କ ପାଠପଢ଼ା ଏକ ପ୍ରକାର ଠପ୍ ହୋଇଯାଇଛି। ଏପରି ସ୍ଥିତିରେ କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ ।
କରୋନା ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
କରୋନା କଟକଣା ଭିତରେ ଖୋଲାଯିବ ମେଡିକାଲ କଲେଜ । ମାସ୍କ,ସାନିଟାଇଜର୍, ସାମାଜିକ ଦୂରତାକୁ ମାନି କଲେଜ ଚାଲିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କିଛି ଦିନ ତଳେ ମେଡିକାଲ୍ କଲେଜ ଖୋଲିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇଥିଲା।
The post ଆଜିଠୁ ଖୋଲିବ ମେଡିକାଲ କଲେଜ appeared first on Odisha Reporter.
from Odisha Reporter https://ift.tt/36l85c2
No comments:
Post a Comment