ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା ପବନ। ଶୀତର ପ୍ରକୋପ ଯୋଗୁ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ।
ରାଜ୍ୟରେ ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ତେବେ ସୋନପୁର ସହରରେ ସର୍ବନିମ୍ନ ତାପମାତ୍ର ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ତାପମାତ୍ର ୧୦.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳରେ ୧୧ ଡିଗ୍ରୀ, କୋରାପୁଟରେ ୧୧.୬ ଡିଗ୍ରୀ, ଭବାନୀପାଟଣା ୧୨.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩ ଡିଗ୍ରୀ, କେନ୍ଦୁଝରରେ ୧୩.୮ ଡିଗ୍ରୀ, ବାରିପଦାରେ ୧୪.୨ ଡିଗ୍ରୀ,
ବଲାଙ୍ଗିରରେ ୧୪.୬ ଡିଗ୍ରୀ, ସମ୍ବଲପୁରରେ ୧୪.୭ ଡିଗ୍ରୀ, କଟକରେ ୧୬.୮ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୧୮ ଡିଗ୍ରୀ ରେକର୍ଡ କରାଯାଇଛି।
The post ରାଜ୍ୟରେ ବଢ଼ୁଛି ଶୀତ, ୧୦ ଡିଗ୍ରୀ ତଳକୁ ଖସିଲା ପାରଦ appeared first on Odisha Reporter.
from Odisha Reporter https://ift.tt/3n2vIvp
No comments:
Post a Comment