ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି (ଓଡ଼ିଶା ରିପୋର୍ଟର): ହତ୍ୟା ମାମଲା ରୁଜୁ ହେବା ପରେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସରକାର ବଦଳି କରି ଦେଇଛନ୍ତି। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ତାଙ୍କ ସ୍ଥାନରେ ୱାଇ. ବିଜୟଙ୍କୁ ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ଗତକାଲି ମାଲକାନଗିରି ଏସଡିଜିଏମ କୋର୍ଟ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ସମେତ ୪ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି।

ଜିଲ୍ଲାପାଳଙ୍କ ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ମାଲକାନଗିରି ଏସଡିଜିଏମ୍ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ମୃତ୍ୟୁ ଘଟଣାକୁ ନେଇ ଦେବନାରାୟଣଙ୍କ ପରିବାର କୋର୍ଟକୁ ଯାଇଥିଲେ।

ପ୍ରାୟ ବର୍ଷେ ତଳେ ସତୀଗୁଡ଼ା ଜଳଭଣ୍ଡାରରୁ ଦେବନାରାୟଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ନେଇ ବହୁ ଦିନରୁ ତାଙ୍କ ପରିବାର ଲୋକେ ଅଭିଯୋଗ କରିଆସୁଛନ୍ତି।

The post ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ appeared first on Odisha Reporter.



from Odisha Reporter https://ift.tt/35wVHW2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages