ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 2, 2020

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କୋଭିଡ୍ କଟକଣା ଭିତରେ ଆଜି ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ସହ କୋଭିଡ୍ ଗାଇଡଲାଇନ୍‌ ଅନୁସାରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ପ୍ରତ୍ୟେକ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ପରେ ମତଦାନ ପାଇଁ ଗୋଟିଏ ଲେଖାଏଁ ହ୍ୟାଣ୍ଡ ଗ୍ଲୋବସ୍ ପ୍ରଦାନ କରାଯାଉଛି ।୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସାଢ଼େ ୪ ଲକ୍ଷ ଭୋଟର୍।

ବାଲେଶ୍ୱରରେ ୩୪୬ ଓ ତିର୍ତ୍ତୋଲରେ ୩୭୩ଟି ବୁଥ୍ କରାଯାଇଛି । ଏଥିପାଇଁ ନିଯୁକ୍ତ ହୋଇଛନ୍ତି ୩ ହଜାର ୫୦୦ ପୁଲିଂ କର୍ମଚାରୀ, ୮ ଶହ ଲେଖାଏଁ ଆଶାକର୍ମୀ ଓ ସ୍ୱେଚ୍ଛାସେବୀ । ଥର୍ମାଲ ସ୍କ୍ରିନିଂ ପରେ କେବଳ ସୁସ୍ଥ କର୍ମଚାରୀଙ୍କୁ ହିଁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ବୁଥ୍‌ଗୁଡ଼ିକୁ ସାନିଟାଇଜ କରାଯାଇଛି। ଅାଜି ବି ବାରମ୍ବାର ସାନିଟାଇଜ୍ କରାଯିବ । ପୁଲିଂ ଅଫିସରଙ୍କୁ ପିପିଇ କିଟ୍ ପ୍ରଦାନ କରାଯାଇଛି।

ସ୍କ୍ରିନିଂ ସମୟରେ କାହାକୁ ଯଦି କରୋନା ହୋଇଥିବାର ସନ୍ଦେହ ହୁଏ ତାଙ୍କୁ ଟୋକନ୍ ଦିଆଯିବ । ସେମାନେ ଶେଷ ଏକ ଘଣ୍ଟା ଅର୍ଥାତ  ସନ୍ଧ୍ୟା ୫ଟାରୁ ୬ଟା ଭିତରେ ଭୋଟ୍ ଦେଇପାରିବେ । କେହି ପୂର୍ବରୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ବି ଏହି ସମୟରେ ଭୋଟ୍ ଦେଇପାରିବେ ।

ବାଲେଶ୍ୱର ମ୍ୟୁନିସିପାଲଟିର ୩୧ଟି ଓ୍ୱାର୍ଡ ଓ ସଦରର ୨୬ ପଞ୍ଚାୟତରେ ୨ଲକ୍ଷ ୩୦ ହଜାର ୨୯୭ ମତଦାତା ସେମାନଙ୍କ ଅଧିକାର ସାବ୍ୟସ୍ତ କରିବେ । ସେପଟେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଭୋଟର୍ ଭୋଟ ଦେବେ ।

ବାଲେଶ୍ୱରରେ ୮୬ଟି ଓ ତିର୍ତ୍ତୋଲରେ ୧୫୫ କ୍ରିଟିକାଲ୍ ବୁଥ୍ ରହିଛି  । ଉଭୟ ଆସନ ପାଇଁ ମୋଟ୍ ୯୦ ପ୍ଲାଟୁନ୍   ଫୋର୍ସ, ୬ କମ୍ପାନି ସିଏପିଏଫ୍ ଓ ୨୫୦ ପୋଲିସ୍ ଅଫିସର ନିଯୁକ୍ତି କରାଯାଇଛି । ଏହାବାଦ୍ ବୁଥ୍‌ଗୁଡ଼ିକରେ ସିସିଟିଭି ଓ  ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି।

The post ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/3849CEH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages