କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 4, 2020

କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୁଦ୍ଧରେ ହାରିଗଲେ ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ।  ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଗତ କିଛି ଦିନ ଧରି ସେ କରୋନାରେ ଆକ୍ରାନ୍ତ ଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟିନଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ କରୋନାରେ ଆକ୍ରାନ୍ତ ହୋଇ ପ୍ରବୀରଙ୍କ ବାପା ଆଖି ବୁଜିଥିଲେ। ଏବେ ପୁଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।

The post କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ appeared first on Odisha Reporter.



from Odisha Reporter https://ift.tt/3mQgv0v

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages