ଖସୁଛି ପାରଦ, ଶୀତରେ ଥରୁଛି ସାରା ରାଜ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 30, 2020

ଖସୁଛି ପାରଦ, ଶୀତରେ ଥରୁଛି ସାରା ରାଜ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ଖସୁଛି ପାରଦ।  ଅଧିକାଂଶ ସ୍ଥାନରେ ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି ଓ ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼ । ଦେହ ଥରାଇ ଦେଉଛି କୋହଲା ପବନ ।

ଗତକାଲି ୧୧ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା।  ସୋନପୁରରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ଥିବା ବେଳେ  ଦାରିଙ୍ଗିବାଡିରେ ୯.୫ ଡିଗ୍ରୀ ତାପମାତ୍ରା  ଥିଲା।

ସେହିପରି ଅନୁଗୁଳରେ ୧୦.୬, ଫୁଲବାଣୀରେ ୧୧.୩,କେନ୍ଦୁଝରରେ ୧୨ ଡିଗ୍ରୀ ସେଲସିୟସ  ତାପମାତ୍ରା ରହିଥିଲା।

ଏପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିଲେ ବି ଓଡିଶା ଉପରେ ଏହାର କିଛି ପ୍ରଭାବ ରହିବନି।  ବରଂ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଅଯାଇଛି।

The post ଖସୁଛି ପାରଦ, ଶୀତରେ ଥରୁଛି ସାରା ରାଜ୍ୟ appeared first on Odisha Reporter.



from Odisha Reporter https://ift.tt/36mSRDe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages