ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କର ଗତରାତିରେ ପରଲୋକ ହୋଇଯାଇଛି। ଗତ ନଭେମ୍ବର ୧ ତାରିଖରୁ କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସୁଶିଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପରାୟଣ, ପରୋପକାରୀ ମହିଳା ଥିଲେ ବୋଲି କହିବା ସହ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି କହିଛନ୍ତି ।
ତାଙ୍କ ମୃତଦେହ ଆଜି ଘରୋଇ ହସ୍ପିଟାଲରୁ ପ୍ରଥମେ ରାଜଭବନକୁ ଅଣାଯିବ। ଏହାପରେ ସେଠାରୁ ପୁରୀ ନିଆଯାଇ ତାଙ୍କୁ ଶେଷକୃତ କରାଯିବ ବୋଲି ସୂଚନା ମିଳିଛି। କୋଭିଡ କଟକଣା ମଧ୍ୟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ରାଜ୍ୟର ପ୍ରଥମ ମହିଳାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାଯାଇଛି।
ସୁଶିଳା ଦେବୀଙ୍କ ପରଲୋକରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକପ୍ରକାଶ କରିଛନ୍ତି।
The post ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/33bh1i2
No comments:
Post a Comment