ସୋର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ କେଶରୀପୁର ଗାଁ ପୋଖରୀରୁ ଜଣେ ବୃଦ୍ଧଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ଜଣଙ୍କ ହେଲେ ମହେଶ୍ୱର ମଲିକ। ତାଙ୍କ ହାତ, ଗୋଡ଼ ଓ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଛି। କେହି ଦୁର୍ବୃତ୍ତ ହତ୍ୟା କରି ତାଙ୍କୁ ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।
ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ଠାରୁ ମହେଶ୍ୱର ନିଖୋଜ ଥିଲେ। ପରିବାର ଲୋକେ ଖୋଜା ଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନଥିଲେ। ଆଜି ସକାଳେ ତାଙ୍କ ମୃତଦେହ ପୋଖରୀ ଭିତରୁ ଉଦ୍ଧାର କରାଯାଇଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।
The post ପୋଖରୀ ଭିତରୁ ମୃତଦେହ ଉଦ୍ଧାର appeared first on Odisha Reporter.
from Odisha Reporter https://ift.tt/39gdova
No comments:
Post a Comment