ଆସୁଛି ସାମୁଦ୍ରିକ ଝଡ଼; ୨୫ରୁ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 22, 2020

ଆସୁଛି ସାମୁଦ୍ରିକ ଝଡ଼; ୨୫ରୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ସାମୁଦ୍ରିକ ଝଡ଼ ।  ଆସନ୍ତା ୪୮ ଘଣ୍ଟାରେ  ଏହା ସାମୁଦ୍ରିକ ଝଡ଼ର ରୂପ ନେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ପ୍ରଭାବରେ ଆସନ୍ତା ୨୫ରୁ ଓଡ଼ିଶାର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୁର୍ବାନୁମାନ କରାଯାଇଛି।

ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲଘୁଚାପରେ ପରିଣତ ହୋଇଥିବା ବେଳେ, ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ପୁଡୁଚେରି ଓ ତାମିଲନାଡୁ ମଧ୍ୟ ଦେଇ ଏହି ସାମୁଦ୍ରିକ ଝଡ଼ ଅତିକ୍ରମ କରିବ । ତେବେ ଏହା ଓଡ଼ିଶା ମୁହାଁ ହେଉନି ବରଂ ତାମିଲନାଡ଼ୁ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହା ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।  ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  । ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

The post ଆସୁଛି ସାମୁଦ୍ରିକ ଝଡ଼; ୨୫ରୁ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/33pUyyb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages