ପୋଲ ତଳକୁ ଖସିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 7, 2020

ପୋଲ ତଳକୁ ଖସିଲା ବସ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭାରସାମ୍ୟ ହରାଇ ପୋଲ ତଳକୁ ଖସିଗଲା ବସ୍‌। ଫଳରେ ୧୧ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚରମ୍ପା ନିକଟସ୍ଥ ତ୍ରିଶୁଳପୁରରେ।

‘ଶ୍ରୀ ଅନନ୍ତ’ ନାମକ ଏହି ଘରୋଇ ବସ୍‌ଟି ଆଜି ସକାଳେ ବାଲେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ତ୍ରିଶୁଳପୁର ନିକଟରେ ଜାତୀୟ ରାଜପଥ ୧୬ରେ ଏକ ପୋଲ ତଳକୁ ଖସି ଯାଇଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ।

ଖବର ପାଇ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଆହତ ମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଜଣେ ଆହତ ଯାତ୍ରୀଙ୍କ କହିବା ଅନୁଯାୟୀ ବସ୍‌ଟି ଦ୍ରୁତ ଗତିରେ ଯାଉଥିବାରୁ ଏହି ଦୁର୍ଘଟଣା ଘଟିଲା।

The post ପୋଲ ତଳକୁ ଖସିଲା ବସ୍‌ appeared first on Odisha Reporter.



from Odisha Reporter https://ift.tt/35dpNOh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages