ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦ, ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 26, 2020

ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦ, ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ପୁରୀ(ଓଡ଼ିଶା ରିପୋର୍ଟର): ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦୀୟ ପରିସ୍ଥିତି  ଦେଖାଦେବାରୁ ପ୍ରାୟ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମହାପ୍ରଭୁଙ୍କ ନାଗାର୍ଜନ ବେଶ। ଏପରିକି ଭଣ୍ଡାର ମେକାପ, ଖୁଣ୍ଟିଆ ସେବାୟତ ଓ ସିଂହାରୀ ସେବାୟତଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତିରୁ ସୃଷ୍ଟି ହୋଇଥିଲା ବିବାଦ।  ଶେଷରେ ପ୍ରଶାସନ ହସ୍ତକ୍ଷେପ ପରେ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା  ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ।

ଭୋର ୪ଟା ୪୫ ମିନିଟରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲେ ହେଁ, ନାଗାର୍ଜୁନ ବେଶ ସକାଳ ୭ଟାରେ ଆରମ୍ଭ ହୋଇଥିଲା  । ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦୀୟ ପରିସ୍ଥିତି   ଓ ନିର୍ଦ୍ଧାରିତ ସଂଖ୍ୟାଠାରୁ ଅଧିକ ସେବାୟତ ମନ୍ଦିରରେ ପ୍ରବେଶ କରିବାରୁ ଦେଖାଦେଲା ବିବାଦ।   ତେବେ ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ବିବାଦର ସମାଧାନ ହୋଇଥିଲା ।

ଏହାପରେ ସକାଳ ୭ଟାରୁ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଆରମ୍ଭ ହୋଇଥିଲା । ପ୍ରଭୁ ଜଗନ୍ନାଥ ଓ ବଳଭଦ୍ର ବୀର ବେଶରେ ସଜେଇ ହେଉଛନ୍ତି । ୧୬ ପ୍ରକାରର ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହେଉଛନ୍ତି ଜଗାବଳିଆ । ଦୁଇ ଠାକୁରଙ୍କ ମସ୍ତକରେ ଶୋଭିତ ହୋଇଛି ହାଣ୍ଡିଆ । ଉଭୟ ଧାରଣ କରିଛନ୍ତି ଢେଣୁ, ଶିଙ୍ଗା, ତୂଣୀର, ବାଘନଖ ଓ ଖଣ୍ଡା ଆଦି ଆୟୁଧ ।

ତେବେ କରୋନା କଟକଣା ଯୋଗୁ ୨୫ ବର୍ଷ ପରେ ପଡ଼ିଥିବା ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ।   ସାଧାରଣ ଦର୍ଶନ ବନ୍ଦ ଥିବା ବେଳେ ଶ୍ରଦ୍ଧାଳୁମାନେ ଆଜି ପତିତପାବନଙ୍କୁ ମଧ୍ୟ ଦର୍ଶନ କରିପାରିବେ ନାହିଁ । ଶ୍ରୀମନ୍ଦିର ଚାରିପାଖ ସହ ସିଂହଦ୍ୱାରରୁ ମରିଚିକୋଟ ଛକ  ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି । କଡ଼ା ସୁରକ୍ଷା ବଳୟରେ ରହିଛି ଶ୍ରୀମନ୍ଦିର ।

The post ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦ, ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ appeared first on Odisha Reporter.



from Odisha Reporter https://ift.tt/368tRzt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages